ମାଟ୍ରିକ ମୂଲ୍ୟାୟନ ପଦ୍ଧତିକୁ ମିଳିଲା ବୋର୍ଡର ଅନୁମୋଦନ। ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷାକୁ ମୂଲ୍ୟାୟନ ବେଳେ ପ୍ରାଧାନ୍ୟ ଦିଆଯିବ। ନବମ ଓ ଦଶମ ପ୍ରଦର୍ଶନ ଆଧାରରେ ଛାତ୍ରଛାତ୍ରୀଙ୍କୁ ମାର୍କ ମିଳିବ। ଦଶମ ଶ୍ରେଣୀର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ଅଭ୍ୟାସ ପରୀକ୍ଷାକୁ ମୂଲ୍ୟାୟନରେ ପ୍ରାଧାନ୍ୟ ଦିଆଯିବ। ଏଥିସହ ମୂଲ୍ୟାୟନ ବେଳେ ନବମର ୪୦ ପ୍ରତିଶତ ଓ ଦଶମର ୬୦ ପ୍ରତିଶତ ନମ୍ବରକୁ ବିଚାରକୁ ନିଆଯିବ। ପ୍ରତି ବିଷୟରେ ଦୁଇଟି ସର୍ବାଧିକ ନମ୍ବରକୁ ହିଁ ମୂଲ୍ୟାୟନ କରିବାକୁ ସ୍ଥିର ହୋଇଛି। ଅନ୍ୟପଟେ ଯଦି ଜଣେ ଛାତ୍ର ଦଶମରେ ଆଦୌ ଅଭ୍ୟାସ ପରୀକ୍ଷା ଦେଇନଥିବେ, ତେବେ ନବମର ମାର୍କକୁ ଶତପ୍ରତିଶତ ପ୍ରାଧ୍ୟାନ୍ୟ ଦିଆଯିବ। ଆଉ ଯଦି ଗୋଟିଏ ଅଭ୍ୟାସ ପରୀକ୍ଷା ଦେଇଥିବେ ନବମ ଶ୍ରେଣୀର ୭୦ ପ୍ରତିଶତକୁ ଗୁରୁତ୍ୱ ଦିଆଯିବ।
ପ୍ରତି ସ୍କୁଲରେ ଛାତ୍ରଛାତ୍ରୀଙ୍କ ମାର୍କକୁ ଶିକ୍ଷକ ଅପଲୋଡ କରିବେ। ଏନେଇ ପ୍ରଧାନଶିକ୍ଷକଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ କରାଯିବ । ଏଥିପାଇଁ ୨ ହଜାର ୭୬୬ଟି ସ୍କୁଲକୁ ମେଣ୍ଟର ସ୍କୁଲ ଭାବେ ଚୟନ କରାଯାଇଛି । ମେଣ୍ଟର ସ୍କୁଲ ମାଧ୍ୟମରେ ଅନ୍ୟ ସ୍କୁଲର ମୂଲ୍ୟାୟନ ହେବ । ମାର୍କ ଅପ୍ଲୋଡ୍ ବେଳେ ଜିଲ୍ଲା ଶିକ୍ଷା ଅଧିକାରୀ ଉପସ୍ଥିତ ରହିବେ । ଆସନ୍ତା ୩୧ ତାରିଖ ସୁଦ୍ଧା ଅପ୍ଲୋଡିଂ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ତା’ପରେ ଟାବୁଲେସନ ଓ ରେଜଲ୍ଟ ପ୍ରସେସିଂ କାମ ଆରମ୍ଭ ହେବ । ସମସ୍ତ ଦିଗକୁ ଅନୁଧ୍ୟାନ କରି ଜୁନ ୩୦ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ।
ଫଳ ପ୍ରକାଶ ପରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ହେବେ ନାହିଁ, ସେମାନଙ୍କ ପାଇଁ କରୋନା ସ୍ଥିତି ସୁଧୁରିବା ପରେ ଲିଖିତ ଭାବେ ପରୀକ୍ଷା ହେବ । ଏହି କ୍ଷେତ୍ରରେ ଲିଖିତ ପରୀକ୍ଷାର ଫଳ ହିଁ ଚୂଡ଼ାନ୍ତ ହେବ । ତେବେ ଚଳିତ ବର୍ଷ କରୋନା ମହାମାରୀ କୁ ନେଇ ମାଟ୍ରିକ ପରୀକ୍ଷା କୁ ବାତିଲ କରାଯାଇଥିଲା।ହେଲେ ମାଟ୍ରିକ ମୂଲ୍ୟାଙ୍କନ କିଭଳି କରାଯିବ ଏହା ଉପରେ ସଭିଙ୍କ ଦୁଷ୍ଟି ଥିଲା।
ତେବେ ଅନେକ ଆଲୋଚନା ପରେ ମାଟ୍ରିକ ମୂଲ୍ୟାୟନ ସିବିଏସ୍ଇ ଢାଞ୍ଚାରେ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହି ନିଷ୍ପତ୍ତି ଅନୁସାରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ନବମ ଶ୍ରେଣୀର ପରୀକ୍ଷା ମାର୍କ ଓ ଦଶମ ଶ୍ରେଣୀର ପ୍ରି ବୋର୍ଡ ବା ଟେଷ୍ଟ ମାର୍କକୁ ଭିତ୍ତି କରି ମୂଲ୍ୟାୟନ ହେବ ବୋଲି ସୂଚନା ମିଳିଥିଲା। ତା’ ସହିତ ଦଶମ ଶ୍ରେଣୀର ଇଣ୍ଟରନାଲ୍ ଆସେସମେଣ୍ଟ ମାର୍କକୁ ମଧ୍ୟ ମୂଲ୍ୟାୟନ ପାଇଁ ଗ୍ରହଣ କରାଯିବା ନେଇ ଘୋଷଣା କରାଯାଇଥିଲା।
ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ