Breaking News

୯ ରୁ ରାଜ୍ୟରେ ପ୍ରବଳ ବର୍ଷା ,୪ ଟି ଜିଲ୍ଲା କୁ ହାଇ ଆଲର୍ଟ

ଖୁବ୍‌ଶୀଘ୍ର ବଙ୍ଗୋପସାଗରେ ଏକ ଲଘୂଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ଫଳରେ ଓଡ଼ିଶାରେ ବର୍ଷା ହେବା ନେଇ ସମ୍ଭାବନା ରହିଛି। ଆସନ୍ତା ସପ୍ତାହର ଶେଷ ଆଡ଼କୁ ଏହି ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାର ପ୍ରଭାବରେ ଓଡ଼ିଶାରେ ଚଳିତ ମାସ ୯ ରୁ ୧୨ ତାରିଖ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଉଛି। ଉତ୍ତର ଉପକୂଳ ଓଡ଼ିଶାରେ ପ୍ରଥମେ ବର୍ଷା ଆରମ୍ଭ ହେବାର ଅଧିକ ସମ୍ଭାବନା ରହିଛି। ସେହିଭଳି ଦକ୍ଷିଣ ଓଡ଼ିଶାରେ ଉତ୍ତର ଉପକୂଳ ଅପେକ୍ଷା କମ୍ ବର୍ଷା ହୋଇପାରେ।


ସେହିଭଳି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ଚଳିତ ବର୍ଷ ଦୁଇ ଦିନ ବିଳମ୍ୱରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କରେଳ ଛୁଇଁଛି। ଏହାର ପ୍ରଭାବରେ କେରଳରେ ବର୍ଷା ଆରମ୍ଭ ହୋଇଛି ଓ କେରଳର କିଛି ଅଞ୍ଚଳରେ ବର୍ଷାର ପରିମାଣ ମଧ୍ୟ ବଢ଼ିଛି। ଏବେ କେରଳରେ କ୍ରମାଗତ ଦୁଇ ଦିନ ପାଇଁ ଲଗାତାର ୨.୫ ମିଲିମିଟର ରୁ ଅଧିକ ବର୍ଷା ହୋଇପାରେ ବୋଲି କୁହାଯାଉଛି। ତେବେ ଚଳିତ ବର୍ଷ ୪୦ ପ୍ରତିଶତ ମୌସୁମୀ ସ୍ୱାଭାବିକ ହେବା ନେଇ ଆଶା ରହିଛି ଏବଂ ୨୧ ପ୍ରତିଶତ ସମ୍ଭାବନା ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ। ତେବେ ଚଳିତ ବର୍ଷ ଜୁନ୍ ମାସରୁ ସେପ୍ଟେମ୍ବର ମାସ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।


ଏପଟେ ରାଜ୍ୟର କିଛି ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହେବାର ସମ୍ଭାବନା ରହୁଛି। ନବରଙ୍ଗପୁର, କୋରାପୁଟ ଓ କଳାହାଣ୍ଡି ଆଦି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଅନ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ସହିତ ବିଜୁଳି ଓ ଘଡଘଡି ହେବାର ମଧ୍ୟ ଆଶଙ୍କା ରହିଛି।ସେହିଭଳି ଗତ କାଲି ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି। ପାରଳାଖେମୁଣ୍ଡି ରେ ସର୍ବାଧିକ ୫୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


ଆଞ୍ଚଳିକ ପାଣିପାଗ ବିଭାଗର ସୁଚନା ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ବାୟୁ ପ୍ରଭାବରେ ଜୁନ୍ ମାସରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବା ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରାଯାଇଛି।ସାଧାରଣତଃ ମୌସୁମୀ ଜୁନ୍ ୧ରେ କେରଳ ଛୁଇଁଥାଏ। କିନ୍ତୁ ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ବାୟୁ ଧୀରେ ଧୀରେ ବୋହିବା କାରଣରୁ ଏହା ବିଳମ୍ୱ ହୋଇଛି। ସେହିଭଳି ପ୍ରତିବର୍ଷ ଜୁନ୍ ୧୦-୧୨ ତାରିଖ ଭିତରେ ଓଡ଼ିଶାରେ ମୌସୁମୀ ପହଞ୍ଚିଥାଏ। ଏଥର ମଧ୍ୟ ସେହି ତାରିଖ ସୁଦ୍ଧା ପହଞ୍ଚିବା ନେଇ ଆଶା କରାଯାଉଛି।

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ପବିତ୍ର ମାସ କାର୍ତ୍ତିକ ମାସରେ ପଞ୍ଚୁକରେ ଘଟିଲା ଅଲୌକି ଘଟଣା, ଠାକୁର ଘରୁ ବାହାରିଲା ତମ୍ବା ନାଗ – ଦେଖନ୍ତୁ ଭିଡିଓ

ଆମ ହିନ୍ଦୁ ଧର୍ମ ଶାସ୍ତ୍ର ଅନୁସାରେ ମାସ ମଧ୍ୟରେ ସବୁଠାରୁ ଶ୍ରେଷ୍ଠ ମାସ କାର୍ତ୍ତିକ ମାସକୁ କୁହାଯାଏ । କାରଣ …

Leave a Reply

Your email address will not be published. Required fields are marked *